ରାଜ୍ୟରେ କରୋନା ନେଲା ଆଉ ୧୨ ଜୀବନ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗୁରୁବାର ଗତ ୨୪ ଘଂଟା ମଧ୍ୟରେ ୬୯୯୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୪ ଜଣ, ପୁରୀ ଓ ରାୟଗଡ଼ା ଜିଲାରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ, କଟକ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୦୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୪,୩୫,୫୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩,୭୫,୭୨୧ଜଣ ସୁସ୍ଥ ହୋଇଥିବା ବେଳେ ୫୭,୭୧୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୦୨୯ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Spread the love