ରାଜ୍ୟରେ କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ବୁଧବାର ଗତ ୨୪ ଘଂଟା ମଧ୍ୟରେ ୮୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ପୁରୀ ଜିଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଖୋର୍ଦ୍ଧା, ଗଞ୍ଜାମ, ବୌଦ୍ଧ ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୪,୨୮,୫୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩,୭୧,୨୦୦ଜଣ ସୁସ୍ଥ ହୋଇଥିବା ବେଳେ ୫୫,୨୪୫ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୦୧୭ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Spread the love