ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସୋମବାର ଗତ ୨୪ ଘଂଟା ମଧ୍ୟରେ ୮୯୧୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୩ ଜଣ ଏବଂ ଖୋର୍ଦ୍ଧାରୁ ୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୦୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୪,୭୧,୫୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩,୯୭,୫୭୫ଜଣ ସୁସ୍ଥ ହୋଇଥିବା ବେଳେ ୭୧,୮୩୫ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୦୭୩ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Spread the love