ରାଜ୍ୟରେ କରୋନା ନେଲା ଆଉ ୮ ଜୀବନ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରବିବାର ଗତ ୨୪ ଘଂଟା ମଧ୍ୟରେ ୬୧୧୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ବାଲେଶ୍ୱର, ବରଗଡ଼, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୯୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୪,୦୭,୪୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩,୫୯,୪୬୭ଜଣ ସୁସ୍ଥ ହୋଇଥିବା ବେଳେ ୪୫,୯୪୯ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୧୯୮୮ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Spread the love