ରାଜ୍ୟରେ କରୋନା ନେଲା ଆଉ ୨୨ ଜୀବନ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ମଙ୍ଗଳବାର ଗତ ୨୪ ଘଂଟା ମଧ୍ୟରେ ୧୦ହଜାର ୩୨୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ବୌଦ୍ଧ, କଳାହାଣ୍ଡି, ଖୋର୍ଦ୍ଧା, ନୂଆପଡ଼ା , ସୁନ୍ଦରଗଡ଼ ଜିଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଜପତି, କୋରାପୁଟ, ରାୟଗଡ଼ା ଜିଲାରୁ ୨ଜଣ ଲେଖାଏଁ ଏବଂ ବଲାଙ୍ଗିର ଜିଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୬,୩୩,୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫,୨୬,୩୫୩ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୦୪ହଜାର ୫୩୯ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୩୫୭ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Spread the love