ରାଜ୍ୟରେ କରୋନା ନେଲା ଆଉ ୨୫ ଜୀବନ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗୁରୁବାର ଗତ ୨୪ ଘଂଟା ମଧ୍ୟରେ ୧୧ହଜାର ୪୯୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ଜଣ ଓ ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ବାଲେଶ୍ୱର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ , କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୬,୫୫,୮୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫,୪୬,୬୩୧ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୦୬ହଜାର ୮୧୨ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୩୭୮ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Spread the love