ରାଜ୍ୟରେ କରୋନା ନେଲା ଆଉ ୩୨ ଜୀବନ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସୋମର ଗତ ୨୪ ଘଂଟା ମଧ୍ୟରେ ୧୧ହଜାର ୦୫୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୩୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ଜଣ ହୋଇଥିବା ବେଳେ କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲାରୁ ୩ଜଣ ଲେଖାଏଁ ରହିଛନ୍ତି । ଅନ୍ୟପଟେ ନବରଙ୍ଗପୁର , ପୁରୀ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ଗଞ୍ଜାମ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୫୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୭,୦୩,୪୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫,୮୯,୬୧୦ଜଣ ସୁସ୍ଥ ହୋଇଥିବା ବେଳେ ୧,୧୧,୨୬୨ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୪୮୪ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Spread the love