ରାଜ୍ୟରେ କରୋନା ନେଲା ଆଉ ୪୦ ଜୀବନ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ବୁଧବାର ଗତ ୨୪ ଘଂଟା ମଧ୍ୟରେ ୮ହଜାର ୩୯୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୪୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲାରୁ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଝାରସୁଗୁଡାରୁ ୪, ବୌଦ୍ଧ ଓ ରାୟଗଡାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ସମ୍ବଲପୁର ଓ ନବରଙ୍ଗପୁର, ଦେଓଗଡରୁ ୨ ରହିଥିବା ବେଳେ ବାଲେଶ୍ଵର, ଢେଙ୍କାନାଳ, ଯାଜପୁର, ମାଲକାନଗିରିରୁ ଜଣେ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୮୩୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୭,୮୨,୧୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭,୯୨,୦୨୭ଜଣ ସୁସ୍ଥ ହୋଇଥିବା ବେଳେ ୮୭,୨୨୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୮୩୧ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Spread the love