ରାଜ୍ୟରେ କରୋନା ନେଲା ଆଉ ୩୯ ଜୀବନ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶୁକ୍ରବାର ଗତ ୨୪ ଘଂଟା ମଧ୍ୟରେ ୭ହଜାର ୭୨୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ ଜଣ ଥିବାବେଳେ ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ଼ ଜିଲାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, କଟକ, ଦେବଗଡ, ଗଜପତି ଓ ଗଞ୍ଜାମରୁ ୨ ଜଣ ଲେଖାଏଁ ଏବଂ ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୭,୯୮,୬୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭,୧୩,୦୫୫ ଜଣ ସୁସ୍ଥ ହୋଇଥିବା ବେଳେ ୮୨,୬୭୯ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୮୭୩ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Spread the love