ରାଜ୍ୟରେ କରୋନା ନେଲା ଆଉ ୪୨ ଜୀବନ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ୭ହଜାର ୦୦୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଅନୁଗୁଳ, କଟକ, ଖୋର୍ଦ୍ଧା ଜିଲାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ, କଳାହାଣ୍ଡି, ଝାରସୁଗୁଡାରୁ ୩ ଲେଖାଏଁ ରହିଛନ୍ତି । ସେହିପରି ଗଜପତି, ଜଗତସିଂହପୁର, ମୟୁରଭଞ୍ଜ, ରାୟଗଡା, ସୁନ୍ଦରଗଡରୁ ୨ ଲେଖାଏଁ ରହିଥିବା ବେଳେ ପୁରୀ, ନୂଆପଡା, ମାଲକାନଗିରି, କନ୍ଧମାଳ, ଯାଜପୁର, ଗଞ୍ଜାମ, ବରଗଡରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୮,୧୩,୦୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭,୩୨,୦୧୮ ଜଣ ସୁସ୍ଥ ହୋଇଥିବା ବେଳେ ୭୮,୦୩୧ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୯୯୪ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Spread the love