ରାଜ୍ୟରେ କରୋନା ନେଲା ଆଉ ୧୭ ଜୀବନ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗୁରୁବାର ଗତ ୨୪ ଘଂଟା ମଧ୍ୟରେ ୧୦,୫୨୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଜିଲାରୁ ୪ ଜଣ, ବାଲେଶ୍ୱର ଓ ମାଲକାନଗିରି ଜିଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, ନୟାଗଡ଼, ସମ୍ବଲପୁର, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୧୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୫,୦୦,୧୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪,୧୬,୪୦୩ଜଣ ସୁସ୍ଥ ହୋଇଥିବା ବେଳେ ୮୧,୫୮୫ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୧୨୧ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Spread the love