ରାଜ୍ୟରେ କରୋନା ନେଲା ଆଉ ୧୯ ଜୀବନ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଶୁକ୍ରବାର ଗତ ୨୪ ଘଂଟା ମଧ୍ୟରେ ୧୨,୨୩୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ପୁରୀରୁ ୨, ଗଞ୍ଜାମରୁ ୨ ଜଣ, ଖୋର୍ଧାରୁ ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ଅନୁଗୋଳ, ବଲାଙ୍ଗୀର, ଗଜପତି ଓ କଟକ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୧୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୫,୧୨,୪୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪,୨୩,୨୫୭ଜଣ ସୁସ୍ଥ ହୋଇଥିବା ବେଳେ ୮୬,୯୫୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୧୨୧ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।ହୋଇଛି ।

Spread the love