ରାଜ୍ୟରେ କରୋନା ନେଲା ଆଉ ୧୯ ଜୀବନ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରବିବାର ଗତ ୨୪ ଘଂଟା ମଧ୍ୟରେ ୧୦,୬୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ କଳାହାଣ୍ଡିରୁ ୩ ଜଣ, ଖୋର୍ଦ୍ଧାରୁ ୩ ଜଣ ରହିଥିବା ବେଳେ ଅନୁଗୁଳ, ବଲାଙ୍ଗୀର, ଭଦ୍ରକ , ଢ଼େଙ୍କାନଳ, ଗଞ୍ଜାମ, ଗଜପତି, ଯାଜପୁର, ଝାରସୁଗୁଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର, ସୋନପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୫,୩୪,୮୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪,୩୯,୩୨୨ଜଣ ସୁସ୍ଥ ହୋଇଥିବା ବେଳେ ୯୩,୨୮୭ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୧୮୦ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Spread the love