ରାଜ୍ୟରେ କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର : ରଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗୁରୁବାର ଗତ ୨୪ ଘଂଟା ମଧ୍ୟରେ ୬୧୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ରାୟଗଡ଼ା ଜିଲାରୁ ୨ଜଣ ଲେଖାଏଁ ଏବଂ କଳାହାଣ୍ଡି, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୯୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୩,୮୮,୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୫,୦୭୫ ଜଣ ସକ୍ରିୟ ମାମଲା ରହିଥିବା ବେଳେ ୩,୫୧,୩୮୬ଜଣ ସୁସ୍ଥ ହୋଇଛନ୍ତି । ସେହିପରି କରୋନାରେ ୧୯୬୫ ଜଣଙ୍କର ମୃତ୍ୟୁ ହୋଇଥିବା ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Spread the love