ରାଜ୍ୟରେ ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଦୈନିକ ଶହେ ତଳେ ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ହଜ଼ାରେ ତଳେ ସକ୍ରିୟ ସଂକ୍ରମିତ ରହୁଛି । ଏହାରି ମଧ୍ୟରେ ବୁଧବାର ୬୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନ୍‌ରୁ ୩୭ ଓ ସ୍ଥାନୀୟ ଅଞ୍ଚଳରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୩୮ହଜାର ୦୫୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ ଥିବାବେଳେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ଏବଂ ରାଜ୍ୟ ପୁଲ୍‌ରୁ ୨ ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୩୩୮୦୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୭୭ ଜଣ ସକ୍ରିୟ ମାମଲା ରହିଥିବା ବେଳେ ୩୩୫୪୦୮ଜଣ ସୁସ୍ଥ ହୋଇଛନ୍ତି ।

Spread the love