ରାଜ୍ୟରେ ଆଉ ୮,୩୯୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଏହାରି ମଧ୍ୟରେ ବୁଧବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୮ହଜାର ୩୯୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪ହଜାର ୭୪୧ ଓ ସ୍ଥାନୀୟ ଅଞ୍ଚଳରୁ ୩ହଜାର ୬୫୮ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ଲକ୍ଷ ୮୨ହଜାର ୧୩୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୪୬୮ଜଣ ଥିବାବେଳେ ବାଲେଶ୍ୱରରୁ ୨୪୦, ବରଗଡ଼ରୁ ୧୮୯, ଭଦ୍ରକରୁ ୧୪୭, ବଲାଙ୍ଗୀରରୁ ୧୧୬, ବୌଦ୍ଧରୁ ୧୬୬, କଟକରୁ ୭୬୬, ଦେବଗଡରୁ ୮୧, ଢେଙ୍କାନାଳରୁ ୪୫୧, ଗଜପତିରୁ ୮୦, ଗଞ୍ଜାମରୁ ୬୫, ଜଗତସିଂହପୁରରୁ ୨୬୯, ଯାଜପୁରରୁ ୫୧୪, ଝାରସୁଗୁଡାରୁ ୫୩, କଳାହାଣ୍ଡିରୁ ୧୯୦, କନ୍ଧମାଳରୁ ୯୫, କେନ୍ଦ୍ରାପଡାରୁ ୨୧୦, କେନ୍ଦୁଝରରୁ ୧୮୬, ଖୋର୍ଦ୍ଧାରୁ ୧୧୦୨, କୋରାପୁଟରୁ ୧୭୮, ମାଲକାନଗିରିରୁ ୧୨୮, ମୟରୁଭଞ୍ଜରୁ ୪୫୮, ନବରଙ୍ଗପୁରରୁ ୨୦୦, ନୟାଗଡରୁ ୨୨୩, ନୂଆପଡା ରୁ ୩୪, ପୁରୀରୁ ୪୭୫, ରାୟଗଡାରୁ ୨୯୨, ସମ୍ୱଲପୁରରୁ ୧୯୧, ସୋନପୁରରୁ ୧୪୩, ସୁନ୍ଦରଗଡରୁ ୪୭୭ ଏବଂ ରାଜ୍ୟ ପୁଲ୍‌ରୁ ୧୮୫ ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୭,୮୨,୧୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭,୯୨,୦୨୭ଜଣ ସୁସ୍ଥ ହୋଇଥିବା ବେଳେ ୮୭ହଜାର ୨୨୦ଜଣ ସକ୍ରିୟ ମାମଲା ରହିଛି ।

Spread the love