ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ, ୪ ଗୁରୁତର

ହରଭଙ୍ଗା : ପୁରୀ ସ୍ଵର୍ଗଦ୍ୱାରରୁ ନିଜ ପିତାଙ୍କ ଅନ୍ତିମ ସଂସ୍କାର ସାରି ଫେରୁଥିବା ପୁଅଙ୍କର ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ପୁରୁଣା କଟକ ଥାନା ଅନ୍ତର୍ଗତ କରଡ଼ାକୋଠା ଦେଇ ଯାଇଥିବା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥରେ। ଅନ୍ୟପଟେ ଏହି ଦୁର୍ଘଟଣାରେ ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର ୪ ସମ୍ପର୍କୀୟଙ୍କୁ ପ୍ରଥମେ ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ସେଠାରୁ ବୌଦ୍ଧ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡ଼ିଛି ।

ସୂଚନା ଯେ, ଶନିବାର ଭୋରରୁ ବଲାଙ୍ଗୀର ଜିଲ୍ଲାର ୫ଜଣ ଏକ କାର ଯୋଗେ ପୁରୀରୁ ଅନ୍ତେଷ୍ଟି କ୍ରିୟା ସାରି ଘରକୁ ଫେରୁଥିଲେ ।ଏହି ସମୟରେ କରଡାକୋଠା ନିକଟରେ ଚାଳକର ଆଖି ଲାଗି ଯିବାରୁ କାରଟି ଭାରସାମ୍ୟ ହରାଇ ରାସ୍ତାରେ ଠିଆ ହୋଇଥିବା ଏକ ଟ୍ରଲରକୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଗାଡିରେ ଥିବା ୫ ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଥିବା ବେଳେ ୪ ଜଣ ଗୁରୁତର ହୋଇଥିଲେ। ଖବର ପାଇ ଘଟଣାସ୍ଥଳରେ ହରଭଙ୍ଗା ଅଗ୍ନିଶମବାହିନୀ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ପୁରୁଣାକଟକ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ମାତ୍ର ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ପରେ ବୌଦ୍ଧ ମେଡ଼ିକାଲ ସ୍ଥାନାନ୍ତରିତ କରାଯାଇଛି ।ପୁରୁଣାକଟକ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

Spread the love