ପିପିଲି ଉପ-ନିର୍ବାଚନ : ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର : ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥର ପିପିଲି ଉପନିର୍ବାଚନରେ କଂଗ୍ରେସ ପକ୍ଷରୁ ନୂଆ ମୁହଁ ଓ ନୂଆ ଚେହେରାକୁ କଂଗ୍ରେସ ସାମ୍ନାକୁ ଆଣିଛି । ପିପିଲି ଉପ-ନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ପ୍ରାର୍ଥୀ କରାଯାଇଛି। ଶୁକ୍ରବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଅନୁମୋଦନ ପରେ ଦଳ ପକ୍ଷରୁ ବିଶ୍ୱକେଶନଙ୍କୁ ପ୍ରାର୍ଥୀ କରାଯିବା ନେଇ ଘୋଷଣା କରାଯାଇଛି। ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ପିପିଲି ଉପନିର୍ବାଚନ ପ୍ରାର୍ଥୀ ଭାବେ ମନୋନୀତ କରାଯାଇଥିବା ଆଜି ସାଧାରଣ ସମ୍ପାଦକ ମୁକୁଲ ୱାସ୍‌ନିକ୍‌ ସୂଚନା ଦେଇଛନ୍ତି। ପିପିଲି ଉପନିର୍ବାଚନରେ ବିଧାୟକ ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦିତା କରିବା ପାଇଁ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡ଼ିଛି। ପୁରୀ ଜିଲ୍ଲା ଡ଼େଲାଙ୍ଗ ବ୍ଲକର ବାସିନ୍ଦା ବିଶ୍ୱକେଶନ ଜିଲ୍ଲା କଂଗ୍ରେସର ସେବାଦଳର ମୁଖ୍ୟ ସଂଗଠକ ଭାବେ କାର୍ଯ୍ୟ କରୁଛନ୍ତି ।

ସୂଚନା ଯେ, ପିପିଲିର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ କୋଭିଡ଼ରେ ମୃତ୍ୟୁ ପରେ ସ୍ଥଗିତ ରହିଥିବା ଉପ-ନିର୍ବାଚନ ପାଇଁ ଏହାରି ଭିତରେ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମେ ମେ ୧୩ରେ ଭୋଟ ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ଘେଷଣା କରିଥିବା ବେଳେ ପରେ ଇଦୁଲ ଫିତର ପାଇଁ ଏହାକୁ ମେ ୧୬ ତାରିଖକୁ ଘୁଂଚାଇ ଦିଆଯାଇଛି । ନିୟମ ଅନୁସାରେ କେବଳ କଂଗ୍ରେସର ନୂଆ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ । ବିଜେଡ଼ି ଓ ବିଜେପିର ପ୍ରାର୍ଥି ଅପରିବର୍ତ୍ତିତ ରହିଛନ୍ତି।

Spread the love