ପିପିଲି ଉପ-ନିର୍ବାଚନ : ନାମାଙ୍କନ ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ

ପୁରୀ : ପିପିଲି ଉପ-ନିର୍ବାଚନ ପାଇଁ ସୋମବାର କଂଗ୍ରେସ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ମଙ୍ଗଳପୁର ସ୍ଥିତ ବ୍ଲକ୍ କଂଗ୍ରେସ କାର୍ଯ୍ୟାଳୟରୁ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ବାହାରି ପୁରୀ ଏଡିଏମଙ୍କ କାର୍ଯ୍ୟାଳୟରେ ପହଞ୍ଚି କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

ସୂଚନା ଯେ, ପିପିଲି ଉପ-ନିର୍ବାଚନ ପାଇଁ ଗତ ଅପ୍ରେଲ ୧୭ ତାରିଖରେ ମତଦାନ ହେବାର ଥିଲା । କିନ୍ତୁ ଅପ୍ରେଲ ୧୪ ତାରିଖରେ କରୋନାରେ ସଂକ୍ରମିତ ହୋଇ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ହୋଇଥିଲା । ପରେ ନିର୍ବାଚନ କମିଶନର ପିପିଲି ନିର୍ବାଚନକୁ ବାତିଲ କରିଥିଲେ । ତେବେ ମେ’ ୧୩ରେ ମତଦାନ ହେବା ନେଇ ଘୋଷଣା କରାଯାଇଥିଲା କିନ୍ତୁ ଇଦ୍‌-ଉଲ୍‌-ଫିତର ପଡୁଥିବାରୁ ମେ’ ୧୬ରେ ମତଦାନ ହେବା ନେଇ ସାନି ବିଜ୍ଞପ୍ତି ଜାରି କରିଥିଲେ ମୁଖ୍ୟ ନିର୍ବାଚନ କମିଶନର ।

Spread the love