ବୁଲା ଗାଈ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ ଲଷ ଟଙ୍କା ସହାୟତା

ଭୁବନେଶ୍ୱର : କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଂଚ ମହାନଗର ନିଗମ , ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍‌ଏ ସି ମାନଙ୍କୁ ଷାଠିଏ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ ।

ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା ,କଟକ ,ସମ୍ବଲପୁର,ରାଉରକେଲା, ଓବ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା ,ମ୍ୟୁନିସପାଲଟି ମାନେ ଦୈନିକ ପାଂଚ ହଜାର ଟଙ୍କା ଓ ଏନ ଏ ସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

Spread the love