ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

  • ନିଜ ବିଭାଗର ପାଂଚଟି ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ସମ୍ପର୍କରେ ଜଣାଇବାକୁ ମନ୍ତ୍ରୀମାନଙ୍କୁ ଚିଠି

ଭୁବନେଶ୍ୱର : ଆଗାମୀ ମଇ ୨୯ତାରିଖ ଦିନ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ତାର ପଂଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରୁଛି । ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଦିଆଯାଇ ଥିବା ପ୍ରତିଶ୍ରୁତି ପାଳନ ରେ ସରକାର ଙ୍କ ବିଭିନ୍ନ ବିଭାଗ କେତେ ସଫଳ ହୋଇଛନ୍ତି ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ଆଗମୀ ମଇ ୧୫ ରୁ ୨୫ ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିବ । ଶନିବାର ଦିନ ମୁଖ୍ୟମନ୍ତ୍ରୀ ମନ୍ତ୍ରୀ ପରିଷଦର ସଭ୍ୟ ମାନଙ୍କୁ ବ୍ୟକ୍ତିଗତ ଭାବରେ ପତ୍ର ଲେଖି ଏହା ଜଣାଇଛନ୍ତି । ସଚିବ ମାନଙ୍କ ଉପସ୍ଥିତି ରେ ମନ୍ତ୍ରୀମାନେ ସେମାନଙ୍କ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପାଂଚଟି ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରିବେ । ଏହା ସହିତ ୫-ଟି ଓ ମୋ ସରକାର କାର୍ଯ୍ୟକ୍ରମ ସେମାନଙ୍କ ବିଭାଗରେ କିଭଳି କାର୍ଯ୍ୟ କାରୀ କରାଯାଇଛି ଏବଂ ଏହା ସେମାନଙ୍କ ବିଭାଗର କାର୍ଯ୍ୟ ଧାରାରେ କିଭଳି ଉନ୍ନତି ଆଣିଛି ଓ ବିଭାଗ କୁ କେତେ ଲୋକାଭିମୁଖୀ କରିପାରିଛି ସେ ସମ୍ପର୍କରେ ମଧ୍ୟ ମନ୍ତ୍ରୀ ମାନେ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରିବେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗଣତନ୍ତ୍ର ରେ ଜନତା ହେଉଛନ୍ତି ମାଲିକ । ତେଣୁ ଗଣତନ୍ତ୍ର ରେ ଉତର ଦାୟିତ୍ୱ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଓଡ଼ିଶାର ସାଢ଼େ ଚାରି କୋଟି ଜନତା ଯେଉଁ ଦାୟିତ୍ୱ ଆମକୁ ଦେଇଛନ୍ତି । ଯେଉଁ ପ୍ରତିଶ୍ରୁତି ଆମେ ଲୋକଙ୍କୁ ଦେଇଛୁ ତାକୁ ପାଳନ ଦିଗରେ କେତେ ଦୂର ଆମେ ସଫଳ ହୋଇଛୁ ତାର ହିସାବ ଲୋକଙ୍କୁ ଦେବାକୁ ହେବ ଓ ଏହା ଗଣତନ୍ତ୍ରର ମର୍ଯ୍ୟାଦା ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ ୨୦୧୯ ମଇ ୨୯ ତାରିଖ ଦିନ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ତାର ପ୍ରଥମ ବୈଠକରେ ଦଳର ନିର୍ବାଚନ ଇସ୍ତାହାରକୁ କାର୍ଯ୍ୟ କାରୀ କରିବା ପାଇଁ ନୀତଗତ ନିଷ୍ପତି ନେଇ ଥିଲେ । ଆଗାମୀ ମଇ ୨୯ରେ ମନ୍ତ୍ରୀ ପରିଷଦର ସ୍ୱତନ୍ତ୍ର ବୈଠକରେ ବିଭିନ୍ନ ବିଭାଗର ସଫଳତା ଉପସ୍ଥାପନ କରାଯାଇ ଲୋକଙ୍କୁ ଅବଗତ କରାଯିବ । ୨୦୧୪ ନିର୍ବାଚନ ପରେ ମଧ୍ୟ ଦଳର ଇସ୍ତାହାରକୁ କାର୍ଯ୍ୟ କରିବା ପାଇଁ ମନ୍ତ୍ରୀ ପରିଷଦ ନୀତିଗତ ନିଷ୍ପତି ନେଇଥିଲେ ।

Spread the love