କରୋନା ସଂକ୍ରମଣ ବୃଦ୍ଧି ନେଇ ଆଜି ବଡ ନିଷ୍ପତ୍ତି ନେଇପାରନ୍ତି ରାଜ୍ୟ ସରକାର

ଭୁବନେଶ୍ୱର : ଆଜି ସକାଳ ୧୦ଟା ସମୟରେ ରାଜ୍ୟବାସୀଙ୍କ ପାଇଁ କିଛି ବଡ ଘୋଷଣା କରିପାରନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ନେଇ କିଛି ବଡ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର । ଏ ନେଇ ମେ ୨ତାରିଖ ଦିନ ସକାଳ ୧୦ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟ ଶାସନ ସଚିବ ।

ରାଜ୍ୟରେ କରୋନା ସଂକ୍ରମଣ ଭୟଙ୍କର ହେବାରେ ଲାଗିଛି । ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ନେଇ କଠୋର ହେଉଛନ୍ତି ରାଜ୍ୟ ସରକାର । ସୂଚନା ଯେ, ରାଜ୍ୟରେ ଗତ କିଛି ଦିନ ହେଲା କରୋନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରତିଦିନ ଏହି ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ଯାହାକି ଏବେ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ତେବେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରୁ ରଖି କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି ରାଜ୍ୟ ସରକାର।

Spread the love