ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ବର୍ଷାର ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରିକରାଯିବା ନେଇ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଜାରି ହୋଇଥିବା ସତର୍କ ସୂଚନା ଅନୁଯାୟୀ ରାଜ୍ୟର ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ରାଜ୍ୟର ବାକି ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଅପରପକ୍ଷରେ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନର ଚିଠି ଲେଖି ସତର୍କର୍ତାମୂଳକ ପଦକ୍ଷେପ ନେବାକୁ ପରାମର୍ଶର୍ ଦେଇଛନ୍ତି ।

ତେବେ, ଏହି ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୬ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାରିପାଗ ବିଭାଗ। ଏହାପରେ ୬ରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ କାଳବୈଶାଖୀ ସମ୍ଭାବନା ନଥିବା କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

Spread the love