ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଟିଏମସି ସୁପ୍ରିମୋ ମମତା ବାନାର୍ଜୀ

ପଶ୍ଚିମବଙ୍ଗ : ଆଜିଠୁ ବଙ୍ଗରେ ପୁଣି ଚାଲିବ ମମତା ରାଜ୍ । ତୃତୀୟ ଥର ପାଇଁ ମିଖ୍ୟମନ୍ତ୍ରୀ ଭାବେ ଶପୁଥ ନେବେ ମମତା ବାନାର୍ଜୀ । ଦିନ ୧୧ତା ସମୟରେ ରାଜଭବନ ପରିସରରେ ହେବ ନିରାଡମ୍ୱର ଉତ୍ସବ । କୋଭିଡ ସ୍ଥିତିକୁ ଦେଖି ବେଶି ଲୋକଙ୍କୁ ଏଠିକୁ ଆମନ୍ତ୍ରଣ କରାଯାଇନି । ଉତ୍ସବକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ ନିମନ୍ତ୍ରଣ କରାଯାଇଥିଲା । ହେଲେ ଅସୁସ୍ଥତା କାରଣରୁ ସେ ଆସିପାରିବେନି ବୋଲି ଜଣାପଡିଛି । ସେହିପରି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି । କୋଭିଡ ପାଇଁ ଏହି ଉତ୍ସବରେ ଅନ୍ୟ କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିପାରିବେ ନାହିଁ । ରାଜ୍ୟରେ ବିପୁଳ ସଂଖ୍ୟାରେ ଜିତି ପୁଣିଥରେ ଆସନ ଦଖଲ କରିଛି ତୃଣମୂଳ । ସେମାନଙ୍କ ଦଖଲରେ ଏଥର ୨୧୩ଟି ଆସନ ରହିଛି ।

ସୂଚନା ଯେ, ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଦଳର ବିପୁଳ ବିଜୟ ହୋଇଛି । କିନ୍ତୁ ନନ୍ଦୀଗ୍ରାମ ଆସନରୁ ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ହାରିଯାଇଛନ୍ତି ମମତା ବାନାର୍ଜୀ । ଏହା ପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଭାବେ କିପରି ଶପଥ ନେବେ ଦିଦି ? ଭାରତୀୟ ସମ୍ବିଧାନର ଧାରା ୧୬୪ (୪) ଅନୁଯାୟୀ, ‘ବିଧାନସଭାକୁ ନିର୍ବାଚିତ ହୋଇନଥିବା ଜଣେ ସଦସ୍ୟ ୬ ମାସ ପାଇଁ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିପାରିବେ । ଏହି ୬ ମାସ ମଧ୍ୟରେ ତାଙ୍କୁ ଉପ ନିର୍ବାଚନରେ ବଜୟୀ ହେବାକୁ ପଡିବ । ଯଦି ସେ ଉପ ନିର୍ବାଚନରେ ମଧ୍ୟ ପରାଜିତ ହୁଅନ୍ତି ତେବେ ସେ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ବାଧ୍ୟ ହେବେ ।’ ପୂର୍ବରୁ ମଧ୍ୟ ଏପରି ଉଦାହରଣ ରହିଛି । ୨୦୧୧ ମସିହାରେ ଦିଦିଙ୍କ ପାର୍ଟି ପ୍ରଥମେ କ୍ଷମତାକୁ ଆସିଥିଲା । ସେତେବେ​‌ଳେ ମମତା ବାନାର୍ଜୀ ଲୋକସଭା ସଦସ୍ୟ ଥିଲେ । କିନ୍ତୁ ଭାରତୀୟ ସମ୍ବିଧାନର ଧାରା ୧୬୪ (୪) ଅନୁଯାୟୀ ସେ ମୁଖମନ୍ତ୍ରୀ ଭାବେ ଶପଥ ନେଇଥିଲେ ଏବଂ ପରେ ୬ ମାସ ମଧ୍ୟରେ ଉପ ନିର୍ବାଚନରେ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୧୭ ମସିହାରେ ଯୋଗୀ ଆଦିତ୍ୟନାଥ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ । କିନ୍ତୁ ସେ ବିଧାୟକ ଭାବେ ନିର୍ବାଚିତ ହୋଇନଥିଲେ । ଉତ୍ତର ପ୍ରଦେଶରେ ବିଧାନ ପରିଷଦ ଥିବାରୁ ସେହି ବଳରେ ସେ ମୁଖ୍ୟମନ୍ତ୍ରୀ ହୋଇପାରିଥିଲେ । ସେହିପରି ୨୦୦୯ ମସିହାରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ୍‌ ନିର୍ବାଚନରେ ପ୍ରତିଦ୍ବନ୍ଦିତା ନକରି ମଧ୍ୟ ମୁଖ୍ୟମନ୍ତ୍ରୀ ହୋଇଥିଲେ । ପରେ ଉପ ନିର୍ବାଚନରେ ମଧ୍ୟ ସେ ପରାଜିତ ହୋଇଥିଲେ ଏବଂ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଝାଡଖଣ୍ଡରେ ରାଷ୍ଟ୍ରପତି ଶାସନ ଲାଗୁ କରାଯାଇଥିଲା ।

Spread the love