ଆଜି ରାଜ୍ୟରେ 4ଟି ମୁଣ୍ଡ ନେଲା କରୋନା |

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସୋମବାର ଗତ ୨୪ ଘଂଟା ମଧ୍ୟରେ ୪୪୪୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଝାରସୁଗଡ଼ା ଓ କେନ୍ଦୁଝରରୁ ଜଣେ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୩,୭୨,୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୪,୫୬୮ ଜଣ ସକ୍ରିୟ ମାମଲା ରହିଥିବା ବେଳେ ୩,୪୬,୧୩୪ଜଣ ସୁସ୍ଥ ହୋଇଛନ୍ତି । ସେହିପରି କରୋନାରେ ୧୯୪୮ ଜଣଙ୍କର ମୃତ୍ୟୁ ହୋଇଥିବା ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Spread the love