ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବଜ୍ରପାତ ସହ ସାମାନ୍ୟ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବଜ୍ରପାତ ସହ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, କଟକ, କେନ୍ଦ୍ରାପଡ଼ା, ମାଲକାନଗିରି, ଗଜପତି, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ବର୍ଷା ବଜ୍ରପାତ ଆଶଙ୍କା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହିସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିର୍ଂ ଜାରି କରାଯାଇଛି । ତେବେ ଶନିବାର ଠାରୁ ରାଜ୍ୟରେ ବର୍ଷା କମିପାରେ ।

Spread the love