ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀ ଏମ୍ସରେ ଆଜି ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ହୋଇଯାଇଛି। ଅବସ୍ଥା ଗୁରୁତର ଥିବାରୁ ଗତ ଜୁଲାଇ ୨୦ ତାରିଖରେ ତାଙ୍କୁ ଭୁବନେଶ୍ୱରରୁ ଦିଲ୍ଲୀକୁ ଏୟାର ଲିଫ୍ଟ କରାଯାଇଥିଲା। ଭୁବନେଶ୍ୱରର ଏମ୍ସରୁ ତାଙ୍କୁ ଦିଲ୍ଲୀ ଏମ୍ସକୁ ନିଆଯାଇଥିଲା।
ଆସନ୍ତାକାଲି ଦିଲ୍ଲୀ ଏମ୍ସରେ ତାଙ୍କର ଶବ ବ୍ୟବଚ୍ଛେଦ କରାଯିବ। ଶବ ବ୍ୟବଚ୍ଛେଦ ପରେ ତାଙ୍କ ମୃତଦେହକୁ ଓଡ଼ିଶା ଅଣାଯିବ ବୋଲି ସୂଚନା ମିଳିଛି।
ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ‘ଏକ୍ସ’ରେ ଲେଖିଛନ୍ତି, ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି।
ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୋକ ପ୍ରକାଶ କରିଛନ୍ତି। ଅମର ଆତ୍ମାର ସଦ୍ଗତି ପାଇଁ ପ୍ରାର୍ଥନା କରିବା ସହିତ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ସେ କହିଛନ୍ତି, ସରକାରଙ୍କ ସମସ୍ତ ଚେଷ୍ଟା ସତ୍ତ୍ଵେ ଜୀବନ ବଞ୍ଚାଇ ପାରିନଥିବାରୁ ମୁଁ ଦୁଃଖିତ। ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ମଧ୍ୟ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
Discover more from Emerging Odisha
Subscribe to get the latest posts sent to your email.