ଆଜିର ରାଶିଫଳ: ଜାଣନ୍ତୁ କେଉଁ ରାଶିର ବଦଳିବ ଭାଗ୍ୟ ତ ଆଉ କେଉଁ ରାଶି ପାଇଁ ରହିଛି ବିପଦ

Spread the love

ମେଷ-
ପ୍ରେମ ବଢ଼ିବ ଏବଂ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ । ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ । ଶୃଜନା ଶୀଳତା ଓ ଧର୍ମପ୍ରାପ୍ତିରେ ବାଧା ଆସିପାରେ । ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି, ଏଣୁ ସତର୍କ ରହିବା ଭଲ । ପିଲାମାନଙ୍କ କଳହକୁ କେନ୍ଦ୍ରକରି ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ବୃଷ-
ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ପିଲାମାନେ ପଢାପଢିରେ ଅବହେଳା କରିପାରନ୍ତି । କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ସନ୍ତାନଙ୍କ ଚିନ୍ତାରେ ରହିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ମିଥୁନ-
ସ୍ୱାସ୍ଥ୍ୟ ସମ୍ବନ୍ଧିୟ ସମସ୍ୟା ଦୂର ହେବ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । କର୍ମ କ୍ଷେତ୍ରରେ ଆଗେଇବେ ।ଭୂ-ସମ୍ପକୁ ନେଇ ସମସ୍ୟା ଉପୁଜିପାରେ । ଉଚ୍ଚଶିକ୍ଷା କରିବାକୁ ଛାତ୍ରଛାତ୍ରୀମାନେ ଭଲ ଫଳାଫଳ ପାଇପାରିବେ । ଯେକୌଣସି ଘରର ମରାମତି କିମ୍ବା ସାଜସଜ୍ଜା କାର୍ଯ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ

କର୍କଟ-
କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଶତୃ ମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟ କଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ

ସିଂହ-
ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । ବାଣିଜ୍ୟ ବ୍ୟବସାୟରେ ଲାଭ ହେବାର ଆଶା ଅଛି । ଜଣେ ବିଶିଷ୍ଟବ୍ୟକ୍ତିଙ୍କ ଛତ୍ରଛାୟାରେ ଅସମ୍ଭବ କାମକୁ ସମ୍ଭବ କରିପାରିବେ। ସରକାରୀ ସ୍ତରରୁ କୌଣସି ଖବର ପାଇ ଖୁସି ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା-
ରୋଗି ମାନଙ୍କ ଅସୁସ୍ଥତା କମି ଯାଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁଙ୍କ ସହିତ ସମୟ କଟିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ତୁଳା-
କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀ ମାନଙ୍କ ସହ ତିକ୍ତତା ଦେଖାଦେଇ ପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ମାନସିକ ସ୍ଥିରତା ଅଭାବରୁ ବିନା କାରଣରେ ଝଗଡା ଲାଗିପାରେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବାର ସୂଚନା ରହିଛି । ଓକିଲଙ୍କ ପାଇ ଦିନଟି ଭଲ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ବିଛା-
ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ । ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିପାରେ । ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଧନୁ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନିତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସମ୍ପତି ପାଇଁ ସାମାନ୍ୟ ସମସ୍ୟା ସୃଷ୍ଟି ହୋଇପାରେ । ସାମାଜିକ ସ୍ତରରେ ସେବା ଓ ପରୋପକାରକରି ପ୍ରଶଂସିତ ହେବେ । ମହିଳା ମାନେ କୁଟୁମ୍ଭ ଲୋକଙ୍କ ସହ ସମୟ ବିତାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-
ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ପୋଲିସ୍ ଓ ଟିକସ କର୍ମଚାରୀ ମାନଙ୍କ ଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ବିଦେଶ ଭ୍ରମଣର ଯୋଗ ରହିଛି । ସଞ୍ଚତ ଅର୍ଥ ବ୍ୟୟ ହୋଇପାରେ । ମହିଳା ମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

କୁମ୍ଭ-
ଉଚ୍ଚ ସମ୍ଭାବନାର ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ମୀନ-
ଦୂରସ୍ଥାନକୁ ଯାତ୍ରାକରି ଶାରିରୀକ ଅସୁସ୍ଥତା ଅନୁଭବ କରିବେ । ଅନ୍ୟମାନେ ଆପଣଙ୍କୁ ଭୁଲ୍ ବୁଝିପାରନ୍ତି କିନ୍ତୁ ଠିକ୍ ସିଦ୍ଧାନ୍ତ ଯୋଗୁ କାର‌୍ୟ୍ୟ ଉତମ ହେବ । ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading