ମେଷ-
ପ୍ରେମ ସମ୍ପର୍କ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ଭୁଲ୍ ବୁଝାମଣା କାରଣରୁ ସାଧାରଣ କଥାକୁ ନେଇ ଭ୍ରାତୃ ବିବାଦ ଲାଗିପାରେ। ବାଣିଜ୍ୟ ଓ ବ୍ୟବସାୟ, ଆନୁଷ୍ଠାନିକ କାମରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟରୁ ଅସମ୍ପୂର୍ଣ୍ଣ କାର୍ୟ୍ୟକୁ ସମ୍ପୂର୍ଣ୍ଣ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜା କରନ୍ତୁ
ମିଥୁନ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହୋଇପାରନ୍ତି । ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଜମି , ଦଲାଲ୍ ଯଥେଷ୍ଟ ଲାଭ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ସୃଷ୍ଟି ହୋଇପାରେ। ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ସିଂହ-
କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଯେମିତି ଭାବୁଛନ୍ତି ତାହା ସମ୍ପନ୍ନ ହେବାରେ ଅସୁବିଧା ହେବନାହିଁ । ଆପଣଙ୍କ କାମରେ ଯୋଗଦେବା ପାଇଁ ଘରକୁ ବନ୍ଧୁ ଆସିପାରନ୍ତି। ପରିବାର ଲୋକମାନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସଭାସମିତିରେ ନିଜ ସୀମା ଭିତରେ ରହିବା ଭଲ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ତୁଳା-
ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ଶାରୀରିକ ସ୍ବାସ୍ଥ୍ୟ ଓ ମାନସିକ ସ୍ଥିତି ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଦୀର୍ଘଦିନରୁ ଚେଷ୍ଟା କରୁଥିବା ସରକାରୀ କ୍ଷେତ୍ରରୁ ଋଣସୂତ୍ରରେ ଅର୍ଥଲାଭର ଆଶା ରହିଛି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ଦୈହିକ ଦୁର୍ବଳତା ସାଙ୍ଗକୁ ସୁଯୋଗ ହରାଇପାରନ୍ତି। ପାରିବାରିକ ସମସ୍ୟା ଚିନ୍ତାକରି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। ଆଲୋଚନା କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟହେବେ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ କ୍ଷେତ୍ରରେ ଆଶାନୁରୂପ ଫଳ ପାଇପାରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ଭୁଲ୍ ବୁଝାମଣା କାରଣରୁ ସାଧାରଣ କଥାକୁ ନେଇ ଭ୍ରାତୃ ବିବାଦ ଲାଗିପାରେ। ବାଣିଜ୍ୟ ଓ ବ୍ୟବସାୟ, ଆନୁଷ୍ଠାନିକ କାମରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟରୁ ଅସମ୍ପୂର୍ଣ୍ଣ କାର୍ୟ୍ୟକୁ ସମ୍ପୂର୍ଣ୍ଣ କରିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ