ଏହି ୩ ରାଶିର ବ୍ୟକ୍ତି ହେବେ ମାଲ ମାଲ୍

Spread the love

ମେଷ-ମିତ୍ରଙ୍କ ଠାରୁ ବହୁତ ସାହାର‌୍ୟ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମ କର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଉଥାନ,ପତନରେ ଗତି କରିବେଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ପ୍ରତିକାର – କିଛି ମିଠା ଖାଇ ଘରୁ ବାହାରନ୍ତୁ

ବୃଷ-ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ । ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ନ ରହିଲେ ଅଦଳବଦଳ ହୋଇଯିବ । ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ

ମିଥୁନ-ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ । ଉତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ ।ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ

କର୍କଟ-ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଚି ଠିକ୍ ହୋଇଯିବ । ପଛ କଥା ନଭାବିବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସି ରହିବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି । ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ

କନ୍ୟା-ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେଇ କାମ ହାସଲ କରିପାରିବେ । ଦେହ ଭଲ ରହିଲେ ମଧ୍ୟ ଭ୍ରମଣ ଜନିତ କ୍ଲାନ୍ତିବୋଧ କରିବେ । କ୍ରୀଡା, ଚଳଚ୍ଚିତ୍ର, ସଙ୍ଗୀତ ପ୍ରତିଯୋଗୀତାରେ ସଫଳତା ଯୋଗୁ ମନ ଖୁସି ରହିବ । ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାର‌୍ୟ୍ୟ , ସହଯୋଗ କରନ୍ତୁ

ତୁଳା-କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର‌୍ୟ୍ୟ ସହଯୋଗ କରିବେ । ପ୍ରତିଯୋଗିତାରେ ଉର୍ତିର୍ଣ୍ଣ ହୋଇ ନୂତନ କାର‌୍ୟ୍ୟ ପାଇଁ ଆଶାୟୀ ହେବେ । ଶତୃ ଓ ବିରୋଧି ଅପଦସ୍ଥ ହେବେ । ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର‌୍ୟ୍ୟ କରିବେ । ଧାର୍ମିକ ଭାବନାରେ ଶାନ୍ତି ପାଇବେ ଓ ଆତ୍ମ ବିଶ୍ୱାସ ବଢିପାରେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତିଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁମକର-ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ । ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ଆକସ୍ମିକ ଅନାବଶ୍ୟକ ଖର୍ଚ୍ଚ ପରିମାଣ ହୋଇପାରେ । ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ

କୁମ୍ଭ-ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ମୀନ-ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ । ପାରିବାରିକ ସମସ୍ୟା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ପ୍ରତିକାର- ମନ୍ଦିରରେ ଠାକୁରଙ୍କ ପାଖେ ଭୋଗ ଲଗାନ୍ତୁ


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading

Subscribe