ଜଷ୍ଟିସ୍ ବର୍ମାଙ୍କ ବିରୋଧରେ ଆକ୍ସନ; ବାଚସ୍ପତି ଗଠନ କଲେ ୩ ଜଣିଆ କମିଟି

Spread the love

ଜଷ୍ଟିସ୍ ଯଶଓ୍ୱନ୍ତ ବର୍ମାଙ୍କ ବିରୋଧରେ ବଡ଼ ଆକ୍ସନ । ଲୋକସଭା ବାଚସ୍ପତି ଓମ୍ ବିର୍ଲା ଜଷ୍ଟିସ୍ ବର୍ମାଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ଗମ୍ଭୀର ବୋଲି ଗ୍ରହଣ କରି ଏହି ମାମଲାର ଯାଞ୍ଚ ପାଇଁ ୩ ଜଣିଆ କମିଟି ଗଠନ କରିଛନ୍ତି । ଲୋକସଭା ବାଚସ୍ପତି ଓମ୍ ବିର୍ଲା କହିଛନ୍ତି ଯେ, ଭାରତର ତତ୍କାଳୀନ ମୁଖ୍ୟ ବିଚାରପତିଙ୍କ ନିଜ ରାୟରେ ଏହି ଘଟଣାର ଜରୁରୀ ଯାଞ୍ଚ କରିବା ପାଇଁ କହିଛନ୍ତି । ଏହାସହ ଅଭିଯୋଗକୁ ଦେଖି ଆବଶ୍ୟକୀୟ ପଦକ୍ଷେପ ନେବାକୁ ମଧ୍ୟ ଜଣାଇଛନ୍ତି । ତେଣୁ ଏହାକୁ ଦେଖି ସେ ଏକ ୩  ଜଣିଆ କମିଟି ଗଠନ କରିଛନ୍ତି ।

ଲୋକସଭା ବାଚସ୍ପତି ଓମ୍ ବିର୍ଲା ଗଠନ କରିଥିବା ଏହି କମିଟିରେ ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ୍ ଅରବିନ୍ଦ କୁମାର, ମାଡ୍ରାସ୍ ହାଇକୋର୍ଟର ବିଚାରପତି ମନିନ୍ଦର ମୋହନ ଶ୍ରୀବାସ୍ତବ ଏବଂ କର୍ଣ୍ଣାଟକ ଉଚ୍ଚ ନ୍ୟାୟାଳୟର ପୂର୍ବ ମୁଖ୍ୟ ବିଚାରପତି ବି.ବି. ଆଚାର୍ଯ୍ୟ ରହିଛନ୍ତି ।

କଣ ଥିଲା ପୂରା ଘଟଣା?

ଦିଲ୍ଲୀ ହାଇକୋର୍ଟର ପୂର୍ବ ବିଚାରପତି ଜଷ୍ଟିସ୍ ଯଶଓ୍ୱନ୍ତ ବର୍ମାଙ୍କ ସରକାରୀ ଆବାସରେ ଚଳିତ ବର୍ଷ ନିଆଁ ଲାଗିଯାଇଥିଲା । ଏହାପରେ ଦମକଳ ବାହିନୀ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ହେଲେ ଏହି ସମୟରେ କିନ୍ତୁ ସେଠାରେ ବହୁ ପରିମାଣରେ ଅଧା ଜଳା ନୋଟ ମିଳିଥିଲା । ଯାହାକି ସେ ସମୟରେ ବିବାଦ ସୃଷ୍ଟି କରିଥିଲା । ଏହାପରେ ଜଷ୍ଟିସ୍ ବର୍ମାଙ୍କୁ ଆଲ୍ଲାବାଦ ହାଇକୋର୍ଟକୁ ଟ୍ରାନ୍ସଫର କରିଦିଆଯାଇଥିଲା । ଆଉ ଏବେ ଏହି ଘଟଣାରେ କମିଟି ଗଠନ କରିଛନ୍ତି ଲୋକସଭା ବାଚସ୍ପତି । 


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading

Subscribe