ପୁଣି ବଢିଲା ସୁନା-ରୂପା ଦର, କିଣିବା ପୂର୍ବରୁ ଜାଣନ୍ତୁ ମୂଲ୍ୟ

Spread the love

ଆଜି ସୁନା-ରୂପା ଦରରେ ହୋଇଛି ପରିବର୍ତ୍ତନ । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୧, ୬୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୩,୧୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୧,୬୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୩, ୧୫୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୧,୬୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୩ ହଜାର ୧୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୧,୭୭୦ ଟଙ୍କା ଓ ୨୨ କ୍ୟାରେଟ୍ ୯୩, ୩୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୧,୬୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୩ହଜାର ୧୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୦୧,୬୨୦ ଓ ୯୩ ହଜାର ୧୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୨୦,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading