ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ପରଲୋକ

Spread the love

ଭୁବନେଶ୍ବର: ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କର ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ସାମଜିକ ଗଣମାଧ୍ୟମ ‘ଏକ୍ସ’ରେ ମୋହନ ମାଝୀ ଲେଖିଛନ୍ତି, ଆମ ଦଳର ବରିଷ୍ଠ ନେତା ତଥା ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ ବିଷୟରେ ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କହିଛନ୍ତି, ବାଲିଗୁଡ଼ା ବିଧାନସଭା ଆସନ ତଥା ଆମ ଦଳର ର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କ ଅମର ଆତ୍ମା ର ସଦଗତି କାମନା କରୁଛି। ଏଥି ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜ୍ଞାପନ କରୁଅଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଆମ ଦଳର ବରିଷ୍ଠ ନେତା ତଥା କନ୍ଧମାଳଜିଲ୍ଲା ବାଲିଗୁଡ଼ା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ବାଲିଗୁଡ଼ା ନିର୍ବାଚନମଣ୍ଡଳୀ ପାଇଁ ସେ କରିଥିବା ଜନ କଲ୍ୟାଣକାରୀ କାର୍ଯ୍ୟ ତାଙ୍କୁ ଚିର ସ୍ମରଣୀୟ କରି ରଖିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।  


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading