ପାଇକମାଳ: ଫସଲ ଜଗିବା ହେଲା କାଳ। ସ୍ବାମୀ ଓ ସ୍ତ୍ରୀ ଉଭୟଙ୍କୁ ଦଳିଦେଲା ବଣୁଆ ହାତୀ। ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଧାନ୍ଦୁପାଲି ଗାଁରେ ଘଟିଛି ଏଭଳି ଏକ ଅଘଟଣ। ଧାନ୍ଦୁପାଲି ଗାଁର ବଳରାମ ରଣା ଓ ଶଶୀ ରଣା ନିଜ ବିଲରେ ପରିବା ଚାଷ କରିଥିଲେ। ସବୁଦିନ ପରି ଗତକାଲି ରାତିରେ ଦମ୍ପତି ରାତିରେ ଫସଲ ଜଗିଥିଲେ।
ଧାନ୍ଦୁପାଲି ଗାଁର ବଳରାମ ରଣା ଓ ଶଶୀ ରଣା ନିଜ ବିଲରେ ପରିବା ଚାଷ କରିଥିଲେ। ସବୁଦିନ ପରି ଗତକାଲି ରାତିରେ ଦମ୍ପତି ରାତିରେ ଫସଲ ଜଗିଥିଲେ। ଆଜି ସକାଳେ ତାଙ୍କ ପରିବାର ଲୋକ ବିଲକୁ ଯାଇଥିବା ବେଳେ ଉଭୟଙ୍କୁ ହାତୀ ଆକ୍ରମଣ କରି ମାରିଦେଇଥିବା ଓ ଫସଲ ନଷ୍ଟ କରିଥିବା ଦେଖିବାକୁ ପାଇଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।
ଆଜି ସକାଳେ ତାଙ୍କ ପରିବାର ଲୋକ ବିଲକୁ ଯାଇଥିବା ବେଳେ ଉଭୟଙ୍କୁ ହାତୀ ଆକ୍ରମଣ କରି ମାରିଦେଇଥିବା ଓ ଫସଲ ନଷ୍ଟ କରିଥିବା ଦେଖିବାକୁ ପାଇଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।
Discover more from Emerging Odisha
Subscribe to get the latest posts sent to your email.