ରବିବାର କେମିତି କଟିବ ଆପଣଙ୍କ ଦିନ…ପଢନ୍ତୁ

Spread the love

ଆଜି କେମିତି କଟିବ ଆପଣଙ୍କ ଦିନ

କ’ଣ କହୁଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ

ଏହି 5 ରାଶି ପାଇଁ ବହୁତ ଶୁଭ ରବିବାର

ମେଷ-
ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ
ଶୁଭ ରଙ୍ଗ – ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ଆପଣଙ୍କର କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ଅଦଳବଦଳ ହୋଇଯିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ । ଗୋଡରେ କିଛି ସମସ୍ୟା ଦେଖାଦେବ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ସିଂହ-

କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି । ନିଜର ବିଚାରଧାରା ଅନୁଯାୟୀ କାର‌୍ୟ୍ୟ ସମ୍ପନ୍ନ ସାଙ୍ଗକୁ ଅର୍ଥ ଲାଭ ହେବ। ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ କ୍ଷ ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-

ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା କାର‌୍ୟ୍ୟହାନିର କାରଣ ପାଲଟିଯିବ। ସାଧାରଣ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଲେଖକ, ପତ୍ରକାର, ଠିକାଦାର ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ ।
ଶୁଭ ରଙ୍ଗ – ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବିଛା-
କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ଶରୀର ପ୍ରତି ଅବହେଳା ନକରି ଡାକ୍ତରଙ୍କ ପରାମର୍ଶ ନେବା ଉଚିତ୍ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । କୈାଣସି ସହପାଠୀ ଆପଣଙ୍କର ସାହାର‌୍ୟ୍ୟ ଆଶା କରିପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ସ୍ୱାସ୍ଥ୍ୟରେ ସୁଧାର ଆସିବ । ପାରିବାରିକ କଷ୍ଟ ଦୂର ହୋଇପାରେ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କାରଣରୁ ମନରେ ସରସତା ରହିବ ନାହିଁ । ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ସନ୍ତାନ ଚିନ୍ତା ଦେଖା ଦେଇପାରେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ । ପାରିବାରିକ ସମସ୍ୟା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଆକସ୍ମିକ ଅନାବଶ୍ୟକ ଖର୍ଚ୍ଚ ପରିମାଣ ହୋଇପାରେ । ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading