ମେଷ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆୟବ୍ୟୟ ସମାନ ପରିମାଣରେ ରହିବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ
ଶୁଭ ରଙ୍ଗ – ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । ଧନ୍ୟଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ- ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ । ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ ।
ଶୁଭ ରଙ୍ଗ – ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ- କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ- ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ
ଶୁଭ ରଙ୍ଗ – ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା- ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଧାର୍ମିକ କାର୍ୟ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ
ତୁଳା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର୍ୟ୍ୟ ପାଇବେ ।
ଶୁଭ ରଙ୍ଗ – ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ବିଛା- ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ଯାନବାହନ କିଣିବା ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି ।
ଶୁଭ ରଙ୍ଗ – ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ- ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରାରେ ଉପକୃତ ହେବେ । ପ୍ରେମ ସମ୍ପର୍କକୁ ନେଇ ଚିନ୍ତା ବଢିବ । ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । କିଛି ନୂଆ କଥା ଶିଖିବାକୁ ସୁଯୋଗ ମିଳିବ ।
ଶୁଭ ରଙ୍ଗ – ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର- ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦପଦବୀ ମିଳିବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
କୁମ୍ଭ-ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ଶୁଭ ରଙ୍ଗ – ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମ କ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ସମ୍ପତି କୁ ନେଇ ଦୀର୍ଘ ଦିନର ଚିନ୍ତା ଦୂର ହୋଇଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
Discover more from Emerging Odisha
Subscribe to get the latest posts sent to your email.