ଭୁବନେଶ୍ୱର,୮।୮: ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା। ରାଜ୍ୟ ସରକାର ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ସୁଭଦ୍ରା କିସ୍ତି ଟଙ୍କା ପଠାଇବେ । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ ପୂର୍ବରୁ ଘୋଷଣା କରିସାରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।
ଉପମୁଖ୍ୟମନ୍ତ୍ରୀ କହିଥିଲେ, ଅଗଷ୍ଟ ୯ ତାରିଖ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବାକୁ ସର୍ଭେ ହେବ। ୨୧ ବର୍ଷ ହୋଇଥିବା ଯୁବତୀ/ମହିଳା କରିପାରିବେ ଆବେଦନ। ଅଗଷ୍ଟ ୯ ତୃତୀୟ କିସ୍ତି ପରେ ସୁଭଦ୍ରା ପୋର୍ଟାଲ ଖୋଲିବ ବୋଲି କହିଥିଲେ ଉପମୁଖ୍ୟମନ୍ତ୍ରୀ।
ଅଗଷ୍ଟ ୯ରେ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଦୁଇଟି କିସ୍ତିରେ ମୋଟ ୧୦ ହଜାର ଟଙ୍କା ପାଇସାରିଛନ୍ତି ୧ କୋଟିରୁ ଅଧିକ ହିତାଧିକାରୀ । ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ଯେଭଳି ଭାବେ ସୁଭଦ୍ରା ପହଞ୍ଚିବ ସେ ନେଇ ଯୋଜନାକୁ କ୍ରିୟନ୍ବୟନ କରିବାକୁ ଲଗାତାର ଭାବେ ପ୍ରୟାସ କରିଛନ୍ତି ସରକାର।
Discover more from Emerging Odisha
Subscribe to get the latest posts sent to your email.